ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ପଞ୍ଚାୟତି ରାଜ ଦିବସରେ ଯୋଗ ଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ପଞ୍ଚାୟତି ରାଜ ଦିବସରେ ଯୋଗ ଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ଅଡିଟୋରିୟମ ଠାରେ ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ପଞ୍ଚାୟତି ରାଜ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗ ଦେଇ ପଞ୍ଚାୟତି ରାଜ ଦିବସ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

Leave A Reply

Your email address will not be published.