
- ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣ ଠାରୁ ମାଗିଲେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆୟୋଗ ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ଖବର ଆଧାରରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ରେ ଘଟିଥିବା ଘଟଣାରେ ହସ୍ତକ୍ଷେପ କରିଛନ୍ତି । ରାଉରକେଲା ଇସ୍ପାତ କାରଖାନା ଦ୍ୱାରା ଦୁମେରତା ପର୍ଯ୍ୟନ୍ତ ପ୍ରସ୍ତାବିତ ରେଳ ଲାଇନ ନିର୍ମାଣକୁ ବିରୋଧ କରି ସ୍ଥାନୀୟ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହି ସମୟରେ ଏକ ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା । ଏହି ଘଟଣାରେ ଜଣେ ଆଦିବାସୀ ଗ୍ରାମବାସୀ ଜେସିବି ମେସିନ ତଳେ ଚାପି ହୋଇ ପ୍ରାଣ ହରାଇଥିବା ଅଭିଯୋଗ ହୋଇଥିଲା । ଆୟୋଗ ଏହି ଘଟଣା ସମ୍ପର୍କରେ ସୁନ୍ଦରଗଡ଼ ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣର ଅଧିକାରୀଙ୍କୁ ନୋଟିସ ଜାରି କରି ଜବାବ ତଲବ କରିଛନ୍ତି । ଘଟଣାରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ତଥ୍ୟାତ୍ମକ ବିବରଣୀ ଏବଂ ରିପୋର୍ଟ ଦାଖଲ କରିବାକୁ ଆୟୋଗ କରିଛନ୍ତି । ଖୁବଶୀଘ୍ର ଆୟୋଗର ଏକ ଦଳ ଘଟଣାସ୍ଥଳ ପରିଦର୍ଶନ କରିବ ।