
ରାୟଗଡା : ବକ୍ସାଇଟ୍ ବୋଝେଇ ଟ୍ୟାଙ୍କରଟି କୋରାପୁଟରୁ ଝାରସୁଗୁଡା ଅଭିମୁଖେ ଯାଉଥିଲା । ବିପରୀତ ଦିଗରୁ ଏକ ସ୍କୁଟର ଆସୁଥିବା ବେଳେ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଭାରସାମ୍ୟ ହରାଇ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସିଲା ଟ୍ୟାଙ୍କର । ରାୟଗଡା ସହରର ଓଭର ବ୍ରିଜ ଉପରେ ଏଭଳି ବଡ଼ ଧରଣର ଦୁର୍ଘଟଣା ଘଟିଛି । ଏକ ବଡ ବକ୍ସାଇଟ୍ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଭର ବ୍ରିଜ ଉପରୁ ତଳକୁ ଖସି ପଡ଼ିଛି । ବକ୍ସାଇଟ୍ ବୋଝେଇ ଟ୍ୟାଙ୍କରଟି କୋରାପୁଟରୁ ଝାରସୁଗୁଡା ଅଭିମୁଖେ ଯାଉଥିଲା । ବିପରୀତ ଦିଗରୁ ଏକ ସ୍କୁଟର ଆସୁଥିବା ବେଳେ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଭାରସାମ୍ୟ ହରାଇ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ବ୍ରିଜ୍ ତଳେ ମାଛ ବିକ୍ରି କରୁଥିବା ୨ ଜଣ ବ୍ୟବସାୟୀ ସାମାନ୍ୟ ଆହତ ହୋଇଛନ୍ତି । ତେବେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । ଘଟଣାସ୍ଥଳରେ ରାୟଗଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।