centurian jitm

ବୁଧବାର ସାରା ଦେଶରେ ବାଜିବ ସାଇରନ୍

ନୂଆଦିଲ୍ଲୀ : ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ’ ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ । ସମସ୍ତ ରାଜ୍ୟକୁ ମକଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରିଲ୍‌ । ଏଥିରେ ସାଧାରଣ ଲୋକ ବି ସାମିଲ ହେବେ । ମେ ୭ ତାରିଖ ତଥା ବୁଧବାର ଦିନ ଏହି ମକଡ୍ରିଲ କରାଯିବ । ଯୁଦ୍ଧ ହେଲେ ସାଧାରଣ ଲୋକେ ସୁରକ୍ଷିତ ସ୍ଥାନକୁ କିଭଳି ଯିବେ । ଶତ୍ରୁ ଆକ୍ରମଣରୁ କିଭଳି ନିଜକୁ ସୁରକ୍ଷା କରିବେ ଏହାର ଯୋଜନା କରାଯିବା ସହ ଅଭ୍ୟାସ ବି କରାଯିବ । ଅଭ୍ୟାସ ସମୟରେ ରେଡ୍ ୱାର୍ଣ୍ଣିଙ୍ଗ ସାଇରନ ବାଜିବ । ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନା ଅନୁସାରେ ଗତ ୧୧ ଦିନ ଧରି ଖଙଉରେ ଗୁଳିବର୍ଷା କରୁଛି ପାକିସ୍ତାନ । ଯାହାର କଡ଼ା ଜବାବ ଦେଇଛି ଭାରତୀୟ ସେନା । ଏପ୍ରିଲ ୨୨ ତାରିଖରେ ଜମ୍ମୁ-କାଶ୍ମୀରର ପହଲଗାମ ହମଲା ପରେ ଏପରି ସ୍ଥିତି ଉପୁଜିଛି । ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ଏହା କାଶ୍ମୀର ଘାଟିରେ ହୋଇଥିବା ସବୁଠାରୁ ଭୟଙ୍କର ଆକ୍ରମଣ । ଭାରତଠାରୁ ସମ୍ଭାବ୍ୟ ପ୍ରତିଶୋଧ ନେବା ଭୟରେ, ପାକିସ୍ତାନ ତାର ପ୍ରତିରକ୍ଷା ପ୍ରସ୍ତୁତିକୁ ତୀବ୍ର କରିଛି । ଏହା ସୀମାନ୍ତ ପୋଷ୍ଟଗୁଡ଼ିକୁ ସୁଦୃଢ଼ କରିଛି ଏବଂ କ୍ଷେପଣାସ୍ତ୍ର ପରୀକ୍ଷଣ ମଧ୍ୟ ଆରମ୍ଭ କରିଛି ।

Leave A Reply

Your email address will not be published.