
ଭୁବେନେଶ୍ୱର : ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ରାଜ୍ୟର ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି । ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି । ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି । ଭାରତର ଅପରେସନ୍ ସିନ୍ଦୂର ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ । ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି । ଶତ୍ରୁରାଷ୍ଟ୍ର ପାକିସ୍ତାନ ଦ୍ୱାରା ବିଭିନ୍ନ ଏୟାରପୋର୍ଟକୁ ଟାର୍ଗେଟ କରାଯାଉଛି । ଗତକାଲି ଜମ୍ମୁର ଏକାଧିକ ସ୍ଥାନକୁ ଟାର୍ଗେଟ କରି ପାକିସ୍ତାନ ରକେଟ ମାଡ଼ କରିଥିଲା । ଏହାପରେ ଜମ୍ମୁ ଏୟାରପୋର୍ଟରେ ସାଇରନ୍ ବାଜିବା ସହ ଜମ୍ମୁକୁ ବ୍ଲାକ ଆଉଟ୍ କରିଦିଆଯାଇଥିଲା । ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଥିଲା