centurian jitm

ସୁନ୍ଦରଗଡ଼ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସୁନ୍ଦରଗଡ଼ ସଦର ମହକୁମାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୋଟ ୮୫ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୫୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨୭ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେଥି ମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୨ ଗୋଟି ଏବଂ ରେଡକ୍ରସରୁ ଆର୍ଥିକ ସହାୟତା ନିମନ୍ତେ ୩ ଗୋଟି ଆବେଦନ ରହିଥିଲା । ଆଜିର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ ମୀରାସେ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶାନ୍ତା ନୂତନ ସାମଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.