
ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳାଫଳ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ । www.orissaresults.nic.in , www.chseodisha.nic.in ରେ ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷାଫଳ ଜାଣିପାରିବେ । ଉଲ୍ଲେଖଯୋଗ୍ୟ ଯେ, ଗତ ମାର୍ଚ୍ଚ ୨୮ରେ ଯୁକ୍ତ ଦୁଇ ପରୀକ୍ଷା ଶେଷ ହୋଇଥିଲା । ଏଥିରେ ରାଜ୍ୟର ୩ ଲକ୍ଷ ୯୩ ହଜାର ୬୧୮ ଜଣ ପିଲା ପରୀକ୍ଷା ଦେଇଛନ୍ତି । ଏପ୍ରିଲ୍ ୨ ତାରିଖରୁ ଖାତା ଦେଖା ଆରମ୍ଭ ହୋଇ ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି ।