jittmm
sonalika

ଏ ମାସ ଶେଷ ସୁଦ୍ଧା ମୌସୁମୀ ୨୭ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ପାଗ ବଦଳିଛି । ପ୍ରାକ୍‌ ମୌସୁମୀ ପ୍ରଭାବରେ ଆଂଶିକ ମେଘୁଆ ପାଗ, ହାଲୁକା ପବନ, ଠାଏଠାଏ ହାଲୁକା ବର୍ଷା ହୋଇଛି । ଖସିଛି ତାତି । ପାଣିପାଗ ପୂର୍ବାନୁମାନ, ଦକ୍ଷିଣ-ପଶ୍ଚିମ ମୌସୁମୀର ବାଟ ଅନୁକୂଳ ରହିଛି । ୨-୩ ଦିନ ଭିତରେ ମୌସୁମୀ କେରଳ ଛୁଇଁବ । ଓଡ଼ିଶା ପାଇଁ ବଡ଼ କଥା ହେଲା, ଆସନ୍ତା ୨୭ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି ଉତ୍ତର ବଙ୍ଗୋପସାଗରରେ । ଏହି ସମ୍ଭାବ୍ୟ ଲଘୁଚାପ ହିଁ ମୌସୁମୀକୁ ଓଡ଼ିଶାକୁ ଟାଣି ଆଣିପାରେ । ସମ୍ଭବତଃ ଚଳିତ ମେ ମାସର ଶେଷ କିମ୍ବା ଜୁନ୍‌ ପହିଲା ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ବିସ୍ତାରିତ ଆକଳନ ବି ଏହି ଦିଗରେ ସଙ୍କେତ ଦେଖାଉଛି । ଆସନ୍ତା ୨୭ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପରବର୍ତ୍ତୀ ଦୁଇଦିନରେ ସାମାନ୍ୟ ଘନୀଭୂତ ବି ହୋଇପାରେ । ଏହା ପ୍ରଭାବରେ ୨୭ ଓ ୨୮ ତାରିଖରେ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମେ ୨୯ରୁ ଜୁନ୍‌ ୪ ତାରିଖ ପର୍ଯ୍ୟନ୍ତ ଆଇଏମଡି ଜାରି କରିଥିବା ପୂର୍ବାନୁମାନ ଅନୁସାରେ, ଏହି ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପୂର୍ବ ଭାରତର କିଛି ଅଞ୍ଚଳରେ ପ୍ରବେଶ କରିପାରେ । ଯଦି ଏମିତି ହୁଏ, ତେବେ ଏହି ସମୟରେ ମୌସୁମୀ ଓଡ଼ିଶା ପ୍ରବେଶ କରିବ ।

Leave A Reply

Your email address will not be published.