oom

ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ : ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

jsmm

ଭୁବନେଶ୍ୱର : ଆଜି ବିହାରର ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ନୂଆ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉପରେ ଆଲୋଚନା ହେବ । ଏହି ଶକ୍ତି ମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶାରୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସୋମବାରରୁ ପାଟନାରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କେନ୍ଦ୍ର ନୂତନ ଓ ନବୀକରଣ ଯୋଗ୍ୟ ଶକ୍ତି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏଥି ସହ ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ବିଜୟ କୁମାର ସିହ୍ନାଙ୍କ ସହ ମଧ୍ୟ ସୌଜନ୍ୟମୂଳକ ସାକ୍ଷାତ କରିଥିବା ସୂଚନା ମିଳିଛି ।

jittmm
Leave A Reply

Your email address will not be published.