oom

ବ୍ରହ୍ମପୁରଠାରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଜନ-ଅଭିଯୋଗ ଶୁଣାଣି

jsmm

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ାଙ୍କ ସମେତ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ଃ. ଶ୍ରାବଣା ବିବେକ ଏମଙ୍କ ଦ୍ଵାରା ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଯୁଗ୍ମ ଅଭିଯୋଗ ମଙ୍ଗଳବାର ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା ଦସ୍ତଗୀର ମଧ୍ୟ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୧୧ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୯୨ଟି , ଗ୍ରାମ ଭିତ୍ତିକ ସମସ୍ୟା ୬ଟି ରହିଥିବାବେଳେ ୧୧ଟି ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା । ରେଡକ୍ରସ ତରଫରୁ ଦୁଇ ଜଣଙ୍କୁ ଦଶ ହଜାର (୧୦୦୦୦) ଓ ଅନ୍ୟ ଜଣଙ୍କୁ ୩୦୦୦ ଟଙ୍କା ସହାୟତା ରାଶି ଚେକ୍ ଦ୍ଵାରା ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ଅଭିଯୋଗ ଗୁଡ଼ିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣିରେ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହାସିଲଦାର ସମେତ ସମସ୍ତ ଜିଲ୍ଲାସ୍ତରୀୟ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

jittmm
Leave A Reply

Your email address will not be published.