oom

ବରପାଲିପଡ଼ା ଭଗବତ ମନ୍ଦିରଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁନ୍ ୨୦୨୫ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ବରପାଳିପଡ଼ା (ଭଗବତ ମନ୍ଦିର) ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ, ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ରାଜ୍ ନାରାୟଣ କୁଣ୍ଡା ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଡ଼ିପିଏଚ୍‌ଓ ଦିବ୍ୟ କିଶୋର ପତି ଓ ଏପିଏମ୍‌ ରାମାନୁଜ ପଣ୍ଡା ତଦାରଖ କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ୯୦ରୁ ଅଧିକ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ । ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୂଚାରୁ ରୂପେ ପରିଚାଳିତ ହେଇଥିଲା ।

jittmm
Leave A Reply

Your email address will not be published.