ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଯୁବରେଡକ୍ରସ ଓ ଏନ୍ଏସ୍ଏସର ମିଳିତ ଆନୁକୂଲ୍ୟରେ ବନମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷ ଶ୍ରୀ ବାରିକ ବୃକ୍ଷରୋପଣ ଓ ତାହାର ସୁରକ୍ଷା ଦିଗରେ ଯତ୍ନବାନ ହେବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହା ସହିତ ପ୍ଲାଷ୍ଟିକ ବ୍ୟବହାର ହ୍ରାସ ଉପରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା । ସଭା ଶେଷରେ ଯୁବ ରେଡକ୍ରସ ସଂଯୋଜିକା ପୁଷ୍ପ ମଞ୍ଜରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ସମସ୍ତେ ମିଶି ମହା ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରି ତାର ଧ୍ୟାନ ତଥା ଯତ୍ନ ରଖିବାକୁ ଶପଥ ନେଇଥିଲେ । ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବାକୁ ସହଯୋଗ କରିଥିଲେ ।

Prev Post