ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବେଗୁନିଆପଡାଠାରେ ଥିବା ଓଡିଶା କ୍ୟାରିୟର ଏକାଡେମୀର ନୂତନ ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ଓ ପୁରାତନ ଛାତ୍ରଛାତ୍ରୀମାନଙ୍କ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓକେସିଏଲର ଗଞ୍ଜାମ ଜିଲ୍ଲାର ମୁଖ୍ୟ ଏସ. ରେଖା ମହାନ୍ତି ମୂଖ୍ୟୃଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଡିଜିଟାଲ ଏଜୁକେସନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଅନୁଷ୍ଠାନର ପ୍ରଶିକ୍ଷକ ଓ ପ୍ରଶିକ୍ଷିକା ବୃନ୍ଦ କୁନା ସେଠୀ, ରାଜେଶ ପାତ୍ର, ସମୀର ପରିଡା, ରୀତା ସେଠୀ ଓ ଲକ୍ଷ୍ମୀ ମହାରଣାଙ୍କୁ ଏହି ଅବସରରେ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ମୂଖ୍ୟ ଅତିଥି ପୁରସ୍କୃତ କରିବା ସହ ଓଏସସିଆଇଟି ପରୀକ୍ଷାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ସାର୍ଟିଫିକେଟ ବଣ୍ଟନ କରିଥିଲେ । ସ୍ୱାଗତିକା ମହାରଣାଙ୍କ ସଂଯୋଜିତ ଏହି କାର୍ଯ୍ୟକ୍ରମକୁ ଜିତୁ ଦଳେଇ, ସମୀର ସ୍ୱାଇଁ, ସୁମିତ ମହାରଣା ପରିଚାଳନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶିତ ହୋଇଥିଲା ।
