ଗାନ୍ଧୀନଗର ପଡ଼ାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗାନ୍ଧୀନଗର ପଡ଼ା (ଗାନ୍ଧୀ କ୍ଲବ୍) ଠାରେ ଅନୁଷ୍ଠିତ ହେଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ ଓ ଡାକ୍ତର ନନ୍ଦ କିଶୋର ପାଢ଼ୀ, ଭୀମଭୋଇ ମେଡିକାଲ କଲେଜର ଡାକ୍ତର ପ୍ରସନ୍ନ ଜିତ୍ ସ୍ୱାଇଁ, ଫିଜିଓ ଥେରପିଷ୍ଟ ସତ୍ୟବ୍ରତ ସାହୁ ଓ ନ୍ୟୁଟ୍ରି ସନିଷ୍ଟ ମଧୁମିତା ଲେଙ୍କା ଯୋଗ ଦେଇଥିଲେ ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ମଧ୍ୟ ଯୋଗ ଦେଇଥିଲେ । ଏହି ଶିବିରରେ ସ୍ଥାନୀୟ ଆଶା, ମହିଳା ସ୍ୱାସ୍ଥ୍ୟ କର୍ମୀ ଏବଂ ମହିଳା ଆରୋଗ୍ୟ ସମିତିର ସମସ୍ତ ସଦସ୍ୟମାନେ ମିଶି ସମସ୍ତ କର୍ମଚାରୀଙ୍କୁ ସ୍ଵାଗତ କରିଥିଲେ ଓ ସହଯୋଗ କରିଥିଲେ । ଏହି ସ୍ୱାରସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ DPHO ଦିବ୍ୟ କିଶୋର ପତି ଓ APM ରାମାନୁଜ ପଣ୍ଡା ତଦାରଖ କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ୧୦୨ରୁ ଅଧିକ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ । ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା ।

jittmm
Leave A Reply

Your email address will not be published.