ରାଉରକେଲା, (ସସ୍ମିତା ପ୍ରଧାନ) : ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୧୩୭ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ସେଥି ମଧ୍ୟରୁ ୬୦ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୭୪ ଟି ସାମୁହିକ ଅଭିଯୋଗ ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ଆର୍ଥିକ ସହୟତା ପ୍ରଦାନ କରାଯାଇଛି । ସେହିପରି ୩ ଗୋଟି ସମସ୍ୟାର ତ୍ୱରିତ ସମାଧାନ କରାଯାଇଥିଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଡିଏଫଓ ଯଶୋବନ୍ତ ସେଠୀ, ପାନପୋଷ ଉପଜିଲ୍ଲାପାଳ ବିଜୟ ନାୟକ, ନୂଆଁ ଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜ୍ୟୋତିବିକାଶ ଦାଶ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
