ଆଗଲପୁର, (ବିମଳେନ୍ଦୁ ସାହୁ) : ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଆଜି ୪୩ ତମ ପ୍ରତିଷ୍ଠା ଦିବସ ଖୁବ୍ ଧୂମଧାମରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବଲାଙ୍ଗିର ଉପଖଣ୍ଡର ଉପଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ଆଲୋକ ରଞ୍ଜନ ପଟେଲ ମୁଖ୍ୟଅତିଥି ଓ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଧନଞ୍ଜୟ ସାହୁ ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ଭଲ ମଣିଷ ହେବାକୁ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ । ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ମଞ୍ଚ ପରିଚାଳନା କରିଥିବା ବେଳେ ସାଂସ୍କୃତିକ ପରିଷଦର ମୁଖ୍ୟ ଅଧ୍ୟାପକ ଆର୍ଯ୍ୟେନ୍ଦୁ କୁମାର ମେହେର ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟର ବାର୍ଷିକ ମୁଖପତ୍ର ଓ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଥିଲା । ଛାତ୍ରଛାତ୍ରୀମାନଙ୍କୁ ନେଇ ଅନୁଷ୍ଠିତ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଏଥିରେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟାପକ ଓ କର୍ମଚାରୀଙ୍କ ସମେତ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏନ୍.ଏସ୍.ଏସ୍, ଏନ୍.ସି.ସି, ଯୁବ ରେଡକ୍ରସର ସ୍ୱେଚ୍ଛାସେବୀମାନଙ୍କ ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ କାର୍ଯ୍ୟକ୍ରମରେ ବିଶେଷ ସହଯୋଗ କରିଥିଲେ । ଶେଷରେ ଇଂରାଜୀ ଅଧ୍ୟାପକ ମାନସ କୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

Next Post