ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସର ଜନ-ଅଭିଯୋଗ କାର୍ଯ୍ୟସୂଚୀ ପ୍ରକାରେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅବିଳାଷ ଜିଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଆଜି ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ସମୁଦାୟ ୧୦୬ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ସେହି ମଧ୍ୟରୁ ୭୫ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୩୧ଟି ସାମୁହିକ ଦରଖାସ୍ତ ଥିଲା । ଜନସାଧାରଣଙ୍କ ଦ୍ଵାରା ଆଗତ ହୋଇଥିବା ୫ଟି ମାମଲାର ଅଭିଯୋଗର ଶୁଣାଣି ତୁରନ୍ତ ସମାଧାନ ସମ୍ପୃକ୍ତ ବିଭାଗର ଅଧିକାରୀମାନେ କରିଥିଲେ । ଅନନ୍ୟ ମାମଲା ଗୁଡିକୁ ଯଥା ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରୁଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଅନନ୍ୟ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.