ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍ାଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟରେ ବଜ୍ରପାତ ଓ ସାପ କାମୁଡାର ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସଭାରେ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ସାମାଜିକ ବିଜ୍ଞାନ ଶିକ୍ଷକ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ବଜ୍ରପାତର କାରଣ, ନିବାରଣ ଓ ସତର୍କତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ବଜ୍ରପାତ ସତର୍କତାର ସୋପାନ ଗୁଡ଼ିକ ପ୍ରଦର୍ଶନ କରିଥିଲେ । ସଂସ୍କୃତ ଶିକ୍ଷକ ରାଜୁ ମେହେର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସାପ କାମୁଡ଼ାର ସତର୍କତା ବିଷୟରେ ତଥ୍ୟ ପ୍ରଦାନ କରିଥିଲେ । ଆଜିକାର ସଭାରେ ନବମ ଶ୍ରେଣୀ ଛାତ୍ରୀ ଆଭା ସାହୁ ବଜ୍ରପାତ ସମ୍ବନ୍ଧୀୟ ସତର୍କତାର ସୋପାନ ପ୍ରଦର୍ଶନ କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ, କିରଣ କୁମାର ପଟେଲ, ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ ଖମାରୀ, ସମୀର କଠାର ପ୍ରଭୁତି ସହଯୋଗ କରିଥିଲେ ।
