ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା : ଫ୍ରେଣ୍ଡସ ଗ୍ରୁପର ୧୮ ଫୁଟିଆ ପଞ୍ଚମୁଖୀ ଗଣେଷ ସବୁଠାରୁ ଆକର୍ଷଣୀୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା । ବିଦ୍ୟାର ଦେବତା ଆଦିଦେବ, ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ପୂଜା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଶ୍ରୀ ଶ୍ରୀ ଶ୍ରୀ ମା ‘ପାଟଖଣ୍ଡା ଦୁର୍ଗାପୂଜା ସମିତିର ପୂଜା ମଣ୍ଡପ ପରିସରରେ ଟାଉନ ଫ୍ରେଣ୍ଡସ ଗ୍ରୁପର ନବମ ବାର୍ଷିକ ଗଣେଷ ପୂଜାରେ ୧୮ ଫୁଟିଆ ପଞ୍ଚମୁଖୀ ଗଣେଷ ପୂଜା ସବୁଠାରୁ ଆକର୍ଷଣୀୟ ହୋଇପାରିଥିଲା । ସମସ୍ତ ପୂଜା ରୀତିନୀତି ଅନୁଯାଇ ହୋଇଥିବା ବେଳେ ସନ୍ଧ୍ୟାରେ ପୂଜା ମଣ୍ଡପ ପରିସରରେ ୧୦୮ ଆଳତୀ ପରେ ପରେ ଜନସାଧାରଣ ଓ ଭକ୍ତଙ୍କ ଉଦ୍ଦେଶ୍ୟରେ ପ୍ରସାଦ ବଣ୍ଟନ କରାଯାଇଥିଲା । ଟାଉନର ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ ହୋଇଥିବା ବେଳେ ଦିନ ତମାମ ଛାତ୍ରଛାତ୍ରୀ ଓ ସାଧାରଣ ଭକ୍ତଙ୍କ ସମାଗମ ହୋଇଥିଲା । ସେଥିପାଇଁ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ପୂଜା ଅନୁଷ୍ଠାନ ଚଳଚଞ୍ଚଳ ହୋଇ ଉଠିଥିଲା । ସମସ୍ତଙ୍କ ମନରେ ଉତ୍ସାହ ଦେଖା ଦେଇଥିଲା । ସେହିପରି ଆଜିର ଦିନରେ ନୂଆ କରି ପଢା ଆରମ୍ଭ କରୁଥିବା ପିଲାମାନେ ମଧ୍ୟ ଖଡ଼ି ଛୁଇଁଛନ୍ତି । କେଉଁଠି ଗଣେଶଙ୍କ ବିଶାଳ ମୂର୍ତ୍ତି, ତ ଆଉ କେଉଁଠି ବିରାଟ ପେଣ୍ଡାଲ, ରଙ୍ଗୀନଆଲୋକମାଳାରେ ସଜେଇ ହୋଇଛି ପୂଜା ମଣ୍ଡପ । ଗାଁ ଦାଣ୍ଡ, ସହର, ବଜାର ସବୁ ଚଳଚଞ୍ଚଳ । ରଙ୍ଗୀନ ତୋରଣ ଓ ସୁସଜ୍ଜିତ ପୂଜା ମଣ୍ଡପ ଶୋଭାପାଉ ଥିବା ବେଳେ ଗଣେଶ ପୂଜା ପାଇଁ ସବୁଠି ଭରପୁର ଉତ୍ସାହ ଓ ଉତ୍କଣ୍ଠା । ବିଭିନ୍ନ ଥିମକୁ ନେଇ ସବୁଠି ପ୍ରସ୍ତୁତ ହୋଇଛି ସୁନ୍ଦର ତୋରଣ ଓ ମୂର୍ତ୍ତି ।

Leave A Reply

Your email address will not be published.