
- ୨୦୨୫ ମସିହାରେ ଅମରନାଥଜୀ ଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଆୟୋଜନ କରିଥିବାରୁ କେନ୍ଦ୍ର ଶାସିତ ଅଞ୍ଚଳର ପ୍ରଶାସନ ଏବଂ ସୁରକ୍ଷା ସଂସ୍ଥାଗୁଡ଼ିକୁ ପ୍ରଶଂସା କଲେ ଗୃହ ମନ୍ତ୍ରୀ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଉପରେ ଗୁରୁତ୍ୱାରୋପ କରିଛନ୍ତି ଅମିତ ଶାହ
- ଜାମ୍ମୁ-କାଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନ ପାଇଁ ସମସ୍ତ ସୁରକ୍ଷା ସଂସ୍ଥାଗୁଡ଼ିକୁ ସତର୍କ ରହିବାକୁ ଏବଂ ସମନ୍ୱିତ ଭାବେ କାର୍ଯ୍ୟକରିବାକୁ ନିର୍ଦ୍ଦେଶ ଦେଲେ ଗୃହମନ୍ତ୍ରୀ
- ନିକଟରେ ଜାମ୍ମୁ-କାଶ୍ମୀରର ଆକସ୍ମିକ ବନ୍ୟାରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ସମସ୍ତ ସୁରକ୍ଷା ବାହିନୀ ଦ୍ୱାରା ଗ୍ରହଣ କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଅମିତ ଶାହ ପ୍ରଶଂସା କରିଛନ୍ତି, ଯାହା ଅନେକ ଜୀବନ ବଞ୍ଚାଇବାରେ ସହାୟକ ହୋଇଛି
- ଜାମ୍ମୁ-କାଶ୍ମୀରରେ ପ୍ରାକୃତିକ ବିପର୍ଯ୍ୟୟର ପରିଚାଳନା ପାଇଁ ସିଏପିଏଫ୍ ର ସମ୍ପୂର୍ଣ୍ଣ ସହଯୋଗର ପ୍ରତିଶ୍ରୁତି ଦେଲେ ଗୃହ ମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଜାମ୍ମୁରେ ଆୟୋଜିତ ଏକ ବୈଠକରେ ଜାମ୍ମୁ-କାଶ୍ମୀରର ସୁରକ୍ଷା ସ୍ଥିତିର ସମୀକ୍ଷା କରିଛନ୍ତି । ଏହି ବୈଠକରେ ଜାମ୍ମୁ-କାଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ, ନିର୍ଦ୍ଦେଶକ (ଆଇବି), ଜାମ୍ମୁ-କାଶ୍ମୀରର ମୁଖ୍ୟ ସଚିବ ଏବଂ ଡିଜିପି, ସିଏପିଏଫ୍ ର ମୁଖ୍ୟ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଜାମ୍ମୁ-କାଶ୍ମୀରର ସୁରକ୍ଷା ସ୍ଥିତିର ସମୀକ୍ଷା କରିବା ସମୟରେ କେନ୍ଦ୍ର ଗୃହ ମନ୍ତ୍ରୀ ୨୦୨୫ ମସିହାରେ ଅମରନାଥଜୀ ଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଆୟୋଜନ କରିଥିବାରୁ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସନ ଏବଂ ସୁରକ୍ଷା ସଂସ୍ଥାଗୁଡ଼ିକର ପ୍ରୟାସକୁ ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଜାମ୍ମୁ-କାଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନ ପାଇଁ ସମସ୍ତ ସୁରକ୍ଷା ସଂସ୍ଥାଗୁଡ଼ିକୁ ସତର୍କ ରହିବାକୁ ଏବଂ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ନିକଟରେ ଜାମ୍ମୁ-କାଶ୍ମୀରର ଆକସ୍ମିକ ବନ୍ୟାରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ସମସ୍ତ ସୁରକ୍ଷା ବାହିନୀ ଦ୍ୱାରା ଗ୍ରହଣ କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଅମିତ ଶାହ ପ୍ରଶଂସା କରିଥିଲେ, ଯାହା ଅନେକଙ୍କ ଜୀବନ ବଞ୍ଚାଇବାରେ ସହାୟକ ହୋଇଛି । ସେ ଜାମ୍ମୁ-କାଶ୍ମୀରରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ସିଏପିଏଫ୍ ଗୁଡ଼ିକର ସମ୍ପୂର୍ଣ୍ଣ ସହାୟତା ପାଇଁ ଆଶ୍ୱାସନା ଦେଇଥିଲେ ।