
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ଗୁରୁ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି ।
ଏହି ଅବସରରେ ହୁମ୍ମା ସ୍ଥିତ ବୀରଭଦ୍ର ଉଚ୍ଚବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦୁର୍ଗାପ୍ରସାଦ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ସେହିପରି ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କେ. ବିଭିଷଣ ପାତ୍ର ଯୋଗ ଦେଇଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଏବଂ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ଅନୁଷ୍ଠାନର ସଭାପତି ପଦ୍ମ ଚରଣ ସାହୁ ସଭାପତିତ୍ଵ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସହସଂପାଦକ ପ୍ରକାଶ ଚନ୍ଦ୍ର ସାହୁ, ସଦସ୍ୟ ରାମପ୍ରସାଦ ପଟ୍ଟନାୟକ, କୋଷାଧ୍ୟକ୍ଷ ସିମାଞ୍ଚଳ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟଅତିଥି ତାଙ୍କ ବକ୍ତବ୍ୟରେ ଜୀବନରେ ଗୁରୁର ଭୂମିକା କିପରି ଗୁରୁତ୍ୱପୂର୍ଣ୍ଣ ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀକାନ୍ତ ମହାପାତ୍ର ଗୁରୁ ଦିବସର ମୁଖ୍ୟ ଆଭିମୁଖ୍ୟ ରଖିଥିଲେ । ଗୁରୁଦିବସ ଅବସରରେ ଦୁଇ ଜଣ ଶିକ୍ଷକଙ୍କୁ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ମାନୀତ କରାଯାଇଥିଲା । ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମାମାନଙ୍କୁ ଗୁରୁ ପୂଜନ ସହ ସମ୍ମାନୀତ କରିଥିଲେ । ଶେଷରେ ବରିଷ୍ଠ ଆଚାର୍ଯ୍ୟ ମନୋରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଏଥିରେ ସହଯୋଗ କରିଥିଲେ । ଗୁରୁଦିବସ ପାଳନ ଅବସରରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇ ଥିବା ଶିଶୁମାନଙ୍କୁ ଶେଷରେ ପୁରସ୍କାର ପ୍ରଦାନ କରାଯାଇଥିଲା ।