ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଟାଉନ ବାଳିକ ଉଚ୍ଚ ବିଦ୍ୟାଳୟ ଠାରେ ହିନ୍ଦୀ ପକ୍ଷ ମହାସମାରୋହରେ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସ୍କୁଲର ଛାତ୍ରୀମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ରନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ରାମଗୋପାଳ ହିନ୍ଦୀ ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ମନୋରଂଜନ ସାହୁ ଦେଶର ଏକତା ଓ ଅଖଣ୍ଡତା ପାଇଁ ସରକାରୀ ଭାଷା ହିନ୍ଦୀର ପ୍ରୟୋଗ ଓ ପ୍ରଚାର ପ୍ରସାର ଉପରେ ନିଜର ଅଭିଭାଷଣ ରଖିଥିଲେ । କାର୍ଯ୍ୟକ୍ରମକୁ ହିନ୍ଦୀ ଶିକ୍ଷକ କୃଷ୍ଣଚନ୍ଦ୍ର ବାଗ ସଂଯୋଜନା କରିଥିଲେ । ସହ ଶିକ୍ଷକ ସତ୍ୟାନନ୍ଦ ବିଶ୍ୱାଲ ହିନ୍ଦୀ ପକ୍ଷ ପାଳନର ତାତ୍ପର୍ଯ୍ୟ ସଂପର୍କରେ ମତ ରଖିଥିଲେ । ଶେଷରେ ସ୍କୁଲର ଶିକ୍ଷୟିତ୍ରୀ ଅରୁନ୍ଧତୀ ବଢ଼େଇ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ସ୍କୁଲର ସମସ୍ତ ଛାତ୍ରୀ ଓ ଶିକ୍ଷକ, ଶିକ୍ଷୟିତ୍ରୀ ଅଂଶଗ୍ରହଣ କରିଥିଲେ ।
Prev Post