ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଆଜି ପୂର୍ବାହ୍ନରେ ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀଭବନ ସମ୍ମୁଖସ୍ଥ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲଗୁରୀ, ବଲାଙ୍ଗିର ଉପ ଜିଲ୍ଲାପାଳ ସୁଧାକର ନାୟକ, ବିକ୍ରମାନନ୍ଦ ବହିଦାର, ବିଷ୍ଣୁପ୍ରସାଦ କେଡିଆ, ନୀଳମଣି ମିଶ୍ର, ଜୟରାମ ମିଶ୍ର, ଗୋପବନ୍ଧୁ ନାଥ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥୀ, ପୌର ନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave A Reply

Your email address will not be published.