ଏକ ପେଡ୍ ମା କେ ନାମ ୨.୦ ଅବସରରେ ଗଛ ଲଗାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଆଜି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏକ ପ୍ରେରଣାଦାୟକ ପଦକ୍ଷେପ ଏକ ପେଡ୍ ମା କେ ନାମ ୨.୦ ଅବସରରେ ଗଛ ଲଗାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚନ୍ଦନଭାଟି ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ଉତ୍ସବରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ବଲାଙ୍ଗିର ଗସ୍ତରେ ଆସି ଯୋଗ ଦେଇ ଗଛ ଟିଏ ଲଗାଇଥିଲେ ଏବଂ ସେଠାରେ ଉପସ୍ଥିତ ଥିବା ସମସ୍ତ ଜନସାଧାରଣ ତଥା ବିଦ୍ୟାର୍ଥୀ ମାନଙ୍କୁ ଗଛ ଲଗାଇବାକୁ ପ୍ରେରିତ କରିଥିବା ଜଣାପଡ଼ିଛି । ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସହ ବଲାଙ୍ଗିରର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ, ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ଡ଼ିଏଫ୍‌ଓ ଉପସ୍ଥିତ ଥିଲେ ।

Leave A Reply

Your email address will not be published.