jayashree

ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ “ଏକ ପେଡ ମା କେ ନାମ” କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଇକମାଲ ଠାରେ “ଏକ ପେଡ ମା କେ ନାମ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡା ସଭାପତିତ୍ଵ କରିଥିଲେ । ମୁଖ୍ୟ ଅତିଥି ଭାବେ ପାଇକମାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଦନ ସୁନା ଯୋଗଦାନ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର, ସମାଜସେବୀ ଗୋବର୍ଦ୍ଧନ ଅଗ୍ରୱାଲ, ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ଆବାହକ ଦୁର୍ଯ୍ୟୋଧନ ପୁଟା, ପ୍ରକୃତିବନ୍ଧୁ ଧୀରେନ୍ଦ୍ର ମହାନ୍ତି, ଶିକ୍ଷାବିଦ ନନ୍ଦଲାଲ ନାୟକ ଯୋଗ ଦେଇ ଛାତ୍ରୀଙ୍କୁ ଆଜିର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ଛାତ୍ରୀମାନଙ୍କ ମଧ୍ୟରେ ବକୃତା, ରଚନା, ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ ପୁରସ୍କାର ବଣ୍ଟନ କରାଯାଇଥିଲା । ବିଦ୍ୟାଳୟ ପରିସର ମଧ୍ୟରେ ମା’ଙ୍କ ନାମରେ ଗୋଟିଏ ଲେଖାଏ ଗଛ ସମସ୍ତ ଅତିଥି, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରୀ ବୃକ୍ଷରୋପଣ କରିଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଅନିମା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.