ତୁଷୁରା, (କେପିଏନ୍ଏସ୍) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଷଷ୍ଠରୁ ଅଷ୍ଟମ ଶ୍ରେଣୀର ମୋଟ ୫୦ଜଣ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ । ଏଥିରେ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ ।