ମାଣ୍ଡୋସିଲ ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଆ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ମାଣ୍ଡୋସିଲ ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଅଧ୍ୟକ୍ଷ ବିନୟ ରଞ୍ଜନ ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ । ବିଭାଗୀୟ ମୁଖ୍ୟ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଓ ଅଧ୍ୟାପକ ଅମରେଶ ଠାକୁର ପିଲାମାନଙ୍କୁ ଶୃଙ୍ଖଳିତ ଓ ଅନୁଶାସିତ ହେବା ପାଇଁ ହେବା ପାଇଁ ଉପଦେଶ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ହିମାଙ୍ଗିନୀ ପଟେଲ, ମୋନିକା ଧରୁଆ, ତନୁଶ୍ରୀ ବିଶି, ଧରିତ୍ରୀ ବାଗ, କାର୍ତ୍ତିକ ବାଗ, ଅଙ୍କିତା ଭୋଇ, ବୁଲୁ ଦାସ, ପ୍ରକାଶ ମାଝୀ, କେତକୀ ପ୍ରଧାନ, ରୂପା ବାଗ, ରିଙ୍କି ପ୍ରଧାନ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.