କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଭାରତୀୟ ଜନତା ପାର୍ଟିର ତରଫରୁ ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୭୫ତମ ଜନ୍ମଦିବସରୁ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ “ସେବା ପକ୍ଷ ” ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେସିଙ୍ଗା ସଭାପତି ପିଙ୍କୁ ପରିଡାଙ୍କ ନେତୃତ୍ୱରେ ୱାର୍ଡ ନମ୍ବର ୩ ଓ ୪ରେ ସ୍ଵଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ହାତରେ ଗ୍ଲୋବ ଓ ମୁହଁରେ ମାସ୍କ ପିନ୍ଧି ସମସ୍ତେ ସଫେଇ ଅଭିଯାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନମିତା ରାଣୀ ସାହୁ, ପୂର୍ବତନ ସଭାପତି ପ୍ରଶାନ୍ତ ବାନାର୍ଜୀ, ସମ୍ପାଦକ ଯୁଗଳ କିଶୋର ଦୀପ, ଉପସଭାପତି ପ୍ରୀତେଶ ପଟେଲ, ୱାର୍ଡ ନମ୍ବର ୪ର କାଉନସିଲର ଧରଣୀଧର ନାୟକ, କମଳାକାନ୍ତ ସାହୁ, ଯାଜ୍ଞସେନୀ ସାହୁ, ଲକ୍ଷ୍ମୀ ହେର୍ଣ୍ଣା, ଜୟନ୍ତୀ ଗହୀର, ମଞ୍ଜୁଳା ନାୟକ ଓ ମେଘନାଦ ନାୟକ ।
Next Post