ପୂଜା ପାଇଁ ଆଗୁଆ ମିଳିବ ଦରମା

  • ସରକାରୀ କର୍ମଚାରୀଙ୍କ ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ । ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସ୍‌ଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.