ବରଗଡ଼ ଗାନ୍ଧୀ ସ୍ମୃତି ପାଠାଗାରରେ ତିରୋଧାନ ଦିବସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଗାନ୍ଧୀ ସ୍ମୃତି ପାଠାଗାର ପକ୍ଷରୁ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା । ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ମୁଖ୍ୟ ବକ୍ତା ଭାବେ ଡଃ ସୁଜିତ ପୃଷେଠ ଯୋଗଦାନ କରି ସ୍ମୃତି ଚାରଣ କରିଥିଲେ । ପାଠାଗାରର ସଭାପତି ଅରୁଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଚାଲିବାକୁ ବକ୍ତାମାନେ ମତବ୍ୟକ୍ତ କରିଥିଲେ । ସଭାରେ ସମ୍ପାଦକ ମନୋରଞ୍ଜନ ସାହୁ, ମାଧବ ସାହୁ, ଜୟପ୍ରକାଶ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଆୟୋଜିତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ ।

Leave A Reply

Your email address will not be published.