csstore

କୁର୍ସୁଡ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଜନ୍ମଦିନ ଠାରୁ ଅକ୍ଟୋବର ମାସର ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ପରିପ୍ରେକ୍ଷୀରେ ଶନିବାର ଦିନ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ଼ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଞ୍ଚାୟତର ବିଭିନ୍ନ ଅଞ୍ଚଳରୁ ଆସିଥିବା ମହିଳା ତଥା ବାଳିକାମାନଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇ ତାଙ୍କୁ ଚିକିତ୍ସା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁର୍ସୁଡ ସରପଞ୍ଚଙ୍କ ପ୍ରତିନିଧି ନିମାଇଁ ଚରଣ ବେହେରା ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କୁର୍ସୁଡ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଡ. ବିମଲ ମାଝୀ, ବିଜେପୁରର ଡ. ଶାନ୍ତି ସ୍ୱରୂପ ପଟ୍ଟନାୟକ, ଫାର୍ମାସୀ ଅଫିସର ରମେଶ ଚନ୍ଦ୍ର ମେହେର, ବିପିଏମ ଶୀତଳକାନ୍ତ ନାଗ, ଲେବୋରଟେରି ଟେକ୍ନିସିଆନ୍ ରୂପକ ସାହୁ, ବିଡିଏମ ତୁଲା ଚାନ୍ଦ ପୋଡ, ପଞ୍ଚାୟତର ଆଶା ଓ ଅଙ୍ଗନୱାଡ଼ି କର୍ମୀମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.