csstore

ମାଲପଡ଼ା ବିଦ୍ୟାଳୟରେ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଶୁକ୍ରବାର ମାଳପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମାଳପଡ଼ା ବିଦ୍ୟାଳୟ ପ୍ରଧାନଶିକ୍ଷକ ରାଜେନ୍ଦ୍ର ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇ, ସମ୍ମାନିତ ଅତିଥି ରୂପେ ସ୍ଥାନୀୟ ସିଆରସିସି ସତ୍ୟନାରାୟଣ ଦାସ, ଗଁରେଇ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ତରୁଣ ପୋଢ଼, ଫଟାମୁଣ୍ଡା ବିଦ୍ୟାଳୟ ପ୍ରଧାନଶିକ୍ଷକ ଚତୁର ବାଗ, କଟାଡୁଙ୍ଗୁରୀ ବିଦ୍ୟାଳୟ ପ୍ରଧାନଶିକ୍ଷକ ବୈଶାଖୁ ଶିକା ଯୋଗ ଦେଇଥିଲେ । ଏହି ଅବସରରେ ଅଂଶଗ୍ରହଣ କରିଥିବା ମୋଟ ୧୫ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.