ସରସ୍ଵତୀ ଶିଶୁ ମନ୍ଦିରରେ ଅଭିଭାବକ ବୈଠକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଶିଶୁଙ୍କ ଅଭିଭାବକମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତି ଉପ ସଭାପତି ମୁକୁନ୍ଦ ନାରାୟଣ ସିଂହଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ମହାଦେବ ପଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ଶିବ ବାରିକ ଅଭିଭାବକ ବୈଠକର ଉଦ୍ଦେଶ୍ୟ କଥନ କରିବା ସହିତ ଶିଶୁ ଶିକ୍ଷାରେ ଅଭିଭାବକଙ୍କ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ୧୦୦ ଜଣ ଅଭିଭାବକ ଅଭିଭାବିକା ଯୋଗ ଦେଇଥିଲେ । ପରିଶେଷରେ ଉପସଭାପତି ଶ୍ରୀ ସିଂହଦେଓ ଧନ୍ୟବାଦ୍ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା, ସେବକ ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମ୍ପାଦିତ ହୋଇଥିଲା ।

Leave A Reply

Your email address will not be published.