ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁନ୍ଦରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ୍ କୌର ଏବଂ ଅତିରିକ୍ତ ଜିଲ୍ଲାପାଳ ସୁରଜ ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୧୦୯ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୭୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସୁନ୍ଦରଗଡ଼ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଧିରେନ୍ଦ୍ର ସେଠୀ, ଏସ୍ଡିପିଓ ନିର୍ମଳ କୁମାର ମହାପାତ୍ର, ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
Prev Post
Next Post