ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ଚମାର ମେହେର ହାଇସ୍କୁଲ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ସିଆର୍ସିସି ଜିତାମିତ୍ର ବିଶିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ନାଥ ଶବର, ମୁଖ୍ୟବକ୍ତା ଭାବେ ଏବିଇଓ ଅରୁଣ ଯୋଶୀ, ସମ୍ମାନୀୟ ଅତିଥି ଭାବେ ଏବିଇଓ ସୋମନାଥ ମଙ୍ଗରାଜ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ହରିରାମ ସତନାମୀ ଓ ଶିକ୍ଷୟତ୍ରୀ ବିନୋଦିନି ନାଏକ ପରିଚାଳନା କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତୀ ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ବହୁ ଶିକ୍ଷକ ଓ ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ ।
Next Post