ଅର୍ଥନୀତି ବିଜ୍ଞାନର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୪ ସ୍ଥିତ, ରାଉରକେଲା କଲେଜ, ରାଉରକେଲାର ଅର୍ଥନୀତି ବିଜ୍ଞାନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ତଥା ବିଭାଗୀୟ ମୁଖ୍ୟ ଡ. ରବିନ୍ଦ୍ର କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ଜର୍ଣ୍ଣାଲିଷ୍ଟ ଆସୋସିଏସନର ଉପସଭାପତି ତଥା କବି କୁଞ୍ଜବିହାରୀ ରାଉତ, କବୟିତ୍ରୀ ସସ୍ମିତା ପ୍ରଧାନ ଯୋଗଦେଇଥିଲେ । ଅଧ୍ୟକ୍ଷ ଡ. ଜେନା ତାଙ୍କ ବକ୍ତବ୍ୟରେ ଚରିତ୍ର ଗଠନ, ସମୟାନୁବର୍ତ୍ତିତା, ଶିକ୍ଷା ପ୍ରତି ପ୍ରତିବଦ୍ଧତା ଓ କଲେଜର ଉନ୍ନତିକରଣରେ ସହଭାଗିତା ଉପରେ ଗୁରୁତ୍ୱାରୋପ କରିଥିଲେ । ଅତିଥି ଶ୍ରୀ ରାଉତ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳାରକ୍ଷା ଓ ଅନୁଷ୍ଠାନକୁ ଆଗକୁ ନେବାପାଇଁ ଏକ ସାରଥୀ ଭୂମିକା ତୁଲାଇବା ପାଇଁ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ଅଧ୍ୟାପିକା ସାଲିଆ ଅଲ୍ଲୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲାବେଳେ ଅଧ୍ୟାପିକା ଶ୍ୱେତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ପରସ୍ପର ମଧ୍ୟରେ ଭାବ ବିନିମୟ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏହି ଅବସରରେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଭାଗୀୟ ଛାତ୍ରଛାତ୍ରୀ ଅଙ୍କିତା, ପ୍ରିୟଙ୍କା, ଆର୍ଯ୍ୟନ, ଶୁଭମ୍ ପ୍ରମୁଖ ସହଯୋଗ କରିଥିଲେ ।

Leave A Reply

Your email address will not be published.