ନୂଆପଡା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୧୯ ପ୍ରାର୍ଥୀ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏମାନଙ୍କୁ ଛାଡ଼ି ଦେଲେ ଆହୁରି ୧୧ ଜଣ ସ୍ୱାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍ୱାଧୀନତା ପ୍ରାର୍ଥୀମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡବଙ୍ଗ, କିଶୋର କୁମାର ବାଗ, ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀକାନ୍ତ ତାଣ୍ଡି । ଆସନ୍ତା ୨୪ ତାରିଖ ଶୁକ୍ରବାର ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବାବେଳେ ନଭେମ୍ବର ୧୬ ତାରିଖ ରବିବାର ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ବୋଲି ସୂଚନା ଦିଆଯାଇଛି ।

Leave A Reply

Your email address will not be published.