ନୂଆପଡା ଉପ ନିର୍ବାଚନର ପ୍ରାର୍ଥୀପତ୍ର ଯାଞ୍ଚ ଶେଷ, ୧୪ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବଳବତ୍ତର ଥିବା ବେଳେ ୫ ଜଣଙ୍କ ପ୍ରାର୍ଥୀତ୍ୱ ନାକଚ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡ଼ା ବିଧାନସଭା ଉପ ନିର୍ବାଚନ ପାଇଁ ଉପ ଜିଲ୍ଲାପାଳ ତଥା ରିଟର୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଯାଞ୍ଚ ହୋଇଛି । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ପ୍ରାର୍ଥୀତ୍ୱ ନାକଚ ହୋଇଥିବା ପ୍ରାର୍ଥୀମାନେ ହେଲେ ବହୁଜନ ସମାଜ ପାର୍ଟି ର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳରୁ ସୀତାରାମ ବେହେରା ଏବଂ ତିନି ଜଣ ସ୍ୱାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗ । ତିନି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ବିଜେପିରୁ ଜୟ ଢୋଲକିଆ, ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀଙ୍କ ପ୍ରାର୍ଥୀତ୍ୱ ବଳବତ୍ତର ରହିଛି । ସମାଜ ବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସହ ୮ ଜଣ ସ୍ୱାଧୀନ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଠିକ୍ ରହିଛି । ପ୍ରାର୍ଥୀପତ୍ର ଯାଞ୍ଚ ସମୟରେ ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ପ୍ରକାଶ ବିନ୍ଦୁ, ରିଟର୍ଣିଂ ଅଫିସର୍ ସୁର୍ମି ସୋରେନ୍ ଉପସ୍ଥିତ ଥିଲେ ।

Leave A Reply

Your email address will not be published.