ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ରାଜଗାଙ୍ଗପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୧୨୦ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୮୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଅଭିଯୋଗ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ୍ ସାହୁ, ରାଉରକେଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀ, ସଦର ଉପଜିଲ୍ଲାପାଳ ତେଜସ୍ଵିନୀ ବେହେରା, ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।
Prev Post