ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିବସ ପାଳନ ଅବସରରେ ରଚନା ଓ ବକ୍‌କ୍ତକ୍ତୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେରେ ଆୟୋଜନ ହୋଇଥିଲା । ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଦିବାସୀ ମହାବିଦ୍ୟାଳୟର ଛତ୍ରାଛାତ୍ରୀମାନେ ଭାଗ ନେଇ ନିଜ ନିଜର ଦକ୍ଷତା ପ୍ରତିପାଦନ କରିଥିଲେ । କାର୍ଯ୍ୟକ୍ରମରେ ବିଚାରକ ଭାବେ ବାଲିଗୁଡ଼ା ଆରକ୍ଷୀ ଅଧକାରୀ ରାମେନ୍ଦ୍ର ପ୍ରସାଦଙ୍କ ସମେତ ମହାବିଦ୍ୟାଳୟ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଅଧ୍ୟାପକ ତେଜେଶ୍ୱର ନାୟକ, ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ସରୋଜ କୁମାର ପାଠୀ, ନୀଳାଞ୍ଚଳ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ । ଅତିଥି ଓ ଅଧ୍ୟାପକ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ବିଷୟରେ ଛାତ୍ରଛାତ୍ରୀଙ୍କୁ ସୁନ୍ଦର ଅଭିଭାଷଣ ପ୍ରଦାନ କରିଥିଲେ । ଏହି ବକୃତା ପ୍ରତିଯୋଗିତାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ପଲ୍ଲବୀ ଦିଗାଲ ,ଦ୍ୱିତୀୟରେ ଗୌରୀ ଦିଗାଲ ଓ ତୃତୀୟ ସ୍ଥାନରେ ସ୍ନେହାଶ୍ରୀ ରଥ କୃତିତ୍ୱ ହୋଇ ଏସଡିପିଓଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ ।

Leave A Reply

Your email address will not be published.