ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୯୯ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୯ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.