ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଅଧ୍ୟାପିକା ରଞ୍ଜିତା ମହାନ୍ତି ଅତିଥି ପରିଚୟ ଦେଇଥିଲେ ଓ ଛାତ୍ରଛାତ୍ରୀଙ୍କୁ ଶପଥ ପାଠ କରାଇଥିଲେ । ଅଧ୍ୟାପିକା ନିରୁପମା ପ୍ରଧାନ ସଭା ପରିଚାଳନା କରିଥିଲେ । ଖେଳ ଶିକ୍ଷକ ରାଧାକାନ୍ତ ପୁରୋହିତ, ଲୋକନାଥ ସାହୁ, ଦୁର୍ଯ୍ୟୋଧନ ତ୍ରିପାଠୀ ଖେଳ ପରିଚାଳନା କରିଥିଲେ । ଅଧ୍ୟାପିକା ଲିପିକା ଦାସ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.