ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଶନିବାର ଉଦଯାପିତ ହୋଇଯାଇଛି । ବିଦ୍ୟାଳୟ ପରିସର କ୍ରୀଡା ପଡିଆରେ ଆୟୋଜିତ ପ୍ରଥମ ତଥା ଉଦଘାଟନୀ ଉତ୍ସବରେ ବିଦ୍ୟାଳୟର ସମ୍ପାଦକ ସେକ ସାଦିକ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଦ୍ୟାଳୟର କ୍ରୀଡା ପତାକା ଉତ୍ତୋଳନ କରି ଜୟ ବୀର ହନୁମାନଙ୍କ ନିକଟରୁ ଆସିଥିବା ମଶାଲ ସ୍ୱରୂପ ଜ୍ୟୋତିକୁ ଗ୍ରହଣ କରି ଆନୁଷ୍ଠାନିକ ଭାବେ କ୍ରୀଡା ଶୁଭାରମ୍ଭ କରିଥିଲେ । ଦ୍ୱିତୀୟ ତଥା ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ସମ୍ପାଦକ ସେକ ସାଦିକ, ସମ୍ମାନିତ ଅତିଥି ଭାବେ ଶିକ୍ଷା ସଂଯୋଜିକା ଶ୍ରୀମତୀ ସୌଦାମିନୀ ସାହୁ ଉପସ୍ଥିତ ରହି କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରି କ୍ରୀଡାର ମହତ୍ୱ ସମ୍ବନ୍ଧରେ ଉଦବୋଧନ ଦେଇ ଶିଶୁଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ରୀଡା ଦ୍ୱାରା ଶାରୀରିକ ଓ ମାନସିକତା ଦୃଢ଼ୀଭୂତ ହେବା ସହିତ ଶରୀରକୁ ସୁସ୍ଥ କରିଥାଏ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ପ୍ରମିଳା ବେହେରା ଅତିଥିଙ୍କ ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷୟିତ୍ରୀ ରଶ୍ମୀପ୍ରଭା ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ଅଭିଭାବିକା କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.