ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଶାଖା ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଡାକ୍ତର ଲିପୁନ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଶ୍ରମତୀ ଗୀତାଞ୍ଜଳି ପଣ୍ଡା, ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ. ବିଭୂତି ଭୂଷଣ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହି ଦିବସର ମାହାତ୍ମ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ କୁଇଜ ଓ ତର୍କ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏଥିରେ କୃତୀ ପ୍ରତିଯୋଗୀମାନେ ଅତିଥିଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ । ଅଧ୍ୟାପିକାମାନେ ବିଚାରକ ଆସନରେ ମୂଲ୍ୟାୟନ କରିଥିଲେ । କାଉନସେଲର ମାନସ ରଂଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।