ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଗଞ୍ଜାଲୁ ମିର୍ଦ୍ଧା, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକରୀ ଜଗତ ମଲ୍ଲିକ, ସ୍ଥାନୀୟ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦନ କୁମାର ମେହେର ଓ ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କରମ୍ ଚନ୍ଦ୍ର ବାରିକ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଖେଳକୁଦ ମାଧ୍ୟମରେ ଦିବ୍ୟାଙ୍ଗ ଶିଶୁଙ୍କ ସାମଗ୍ରିକ ବିକାଶ ସମ୍ଭବ ଓ ଦିବ୍ୟାଙ୍ଗମାନଙ୍କୁ ସୁଯୋଗ ମିଳିଲେ ବହୁତ୍ କିଛି କରିପାରିବେ ବୋଲି ସେମାନେ ମତପ୍ରକାଶ କରିଥିଲେ । ଗୋଷ୍ଠୀ ସମ୍ବଳ ଶିକ୍ଷକ ସୀତାରାମ ପଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୧୧୦ ଜଣରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ସହିତ ତାଙ୍କ ମାତାପିତା ଅଂଶଗ୍ରହଣ କରିଥିଲେ । ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ବିଭିନ୍ନ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଜେତା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ପରବର୍ତ୍ତୀ ସମୟରେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବେ ବୋଲି ସୂଚନା ଦିଆଯାଇଥିଲା । ପ୍ରତିଯୋଗିତା ପରିଚାଳନାରେ କ୍ରୀଡା ଶିକ୍ଷକ ମହେଶ ଭୋଇ ଓ ସାନନ୍ଦ ବାରିକ, ତହସିଲ ପଧାନ, ନରେନ୍ଦ୍ର ପଧାନ କଳା ଶିକ୍ଷକ ଶ୍ୟାମ କୁଅଁର, କେଶବ କୁଅଁର, ଅନିଲ ଅଗ୍ରୱାଲ, ପ୍ରସନ୍ନ ତାଣ୍ଡି ଶିକ୍ଷକ ଥବିର ଦୋରା, ପୌଲସ୍ତ ବାରିକ, ଅନିଲ ଭୋଇ, ରାଜକେତନ ସୁନା, ଅଭିରାମ ବାରିକ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିଲୀପ ପଧାନ, ରାଧେଶ୍ୟାମ ରଥ, ଶୁଭଲାଲ ସାହୁ, ଆଇଭି ହିମାଂଶୁ ସାହୁ, ଲୋଚନ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଡୁଙ୍ଗୁରିପାଲି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରବୀର ଭୋଇ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.