ପାରିବାରିକ କଳହର କରୁଣ ପରିଣତି : ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ୱାମୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଚାଞ୍ଚଲ୍ୟ । ପାରିବାରିକ କଳହର କୁପରିଣତି । ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ୱାମୀ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା । ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ନିଶାସକ୍ତ ସ୍ୱାମୀ । ମୃତା ମହିଳା ଜଣକ ହେଲେ ତପ ମଲ୍ଲିକ । ଅଭିଯୁକ୍ତ ସ୍ୱାମୀ ମାଧବ ମଲ୍ଲିକକୁ ପୋଲିସ ଥାନାରେ ଅଟକ ରଖିଛି । କେଉଁ କାରଣରୁ ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହା ପାରିବାରିକ କଳହର କୁପରିଣତି ବୋଲି କୁହାଯାଉଛି । ଦେଓଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଏହି ହତ୍ୟାକାଣ୍ଡ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

Leave A Reply

Your email address will not be published.