jsm

ବାଦିକଟାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭିତ୍ତି ପ୍ରସ୍ତର ସ୍ଥାପିତ

csstore

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ରାଜକୁମାର ସିଂ ବରିହା ଉଚ୍ଚ ବିଦ୍ୟାଳୟ ବାଦିକଟାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପିତ ହୋଇଯାଇଛି । ଆଭାସୀ ମାଧ୍ୟମରେ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭ ଭିତ୍ତି ପ୍ରସ୍ତର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ଭାବେ ରାଜ୍ୟ ମହିଳା କମିଶନ ସଦସ୍ୟା ମୁକ୍ତା ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ପାଇକମାଲ ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର, ରାଜବୋଡା ସମ୍ବର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ, ସହ ଶିକ୍ଷା ଅଧିକାରୀ ଜୟକୁମାର ସାହୁ, ପାଇକମାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ, ବାଦିକଟା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରୁଷଭ ସାହୁ, ବିଦ୍ୟାଳୟର ପରିଚାଳନା ସଭାପତି ସନତ କୁମାର ପାତ୍ର, ପ୍ରଧାନ ଶିକ୍ଷକ ନନ୍ଦକିଶୋର ବରିହା ଯୋଗଦେଇ ମଞ୍ଚାସୀନ ହୋଇଥିଲେ । ଯୋଗଜନ୍ମା ଶିକ୍ଷାବିଦ ପଞ୍ଚଶାଖାର ମହାନ ଅମର ବ୍ୟକ୍ତିତ୍ୱ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଏହି ଯୋଜନାରେ ପ୍ରାଥମିକ ବିଦ୍ୟାଳୟରେ ବୈପ୍ଲବିକ ପରିବତ୍‌ର୍ତ୍ତନ ଆଣିବା ସହ ରାଜ୍ୟର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ । ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲେଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ । ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ସାଂସଦ ବକ୍ତବ୍ୟରେ ଉଦବୋଧନ ଦେଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଆଭାସୀ ମାଧ୍ୟମରେ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ଓ ସମ୍ବୋଧନ ବକ୍ତବ୍ୟ ଏଲଇଡ଼ି ଟିଭି ସ୍କ୍ରିନରେ ପ୍ରଦର୍ଶିତ ହୋଇଥିଲା । ସାଂକେତିକ ଶୁଭ ଫଳକକୁ ମୁଖ୍ୟ ଅତିଥି ଓ ଅନ୍ୟ ଅତିଥିଗଣ ଉଦଘାଟନ କରିଥିଲେ । ଶିକ୍ଷକ ନିରାକାର ପ୍ରଧାନ ଓ ସିଆର୍‌ସିସି ବୈଷ୍ଣବ ପଣ୍ଡା ମଞ୍ଚ ସଂଚାଳନ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧନ୍ୟବାଦ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ସିଆର୍‌ସିସି, ପ୍ରଧାନଶିକ୍ଷକ, ବାଦିକଟା ଗ୍ରାମବାସୀ, ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ ।

yuvodaya
Leave A Reply

Your email address will not be published.