ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ସଂଗଠନ ସ୍ୱାମୀ ବିବେକାନନ୍ଦ ଯୁବ ସମାଜ ପକ୍ଷରୁ ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲରେ ଅବସ୍ଥିତ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଜାତୀୟ ଯୁବ ଦିବସ ସର୍ବତ୍ର ପାଳିତ ହୋଇଆସୁଥିବା ବେଳେ ସ୍ଥାନୀୟ ଅନସ୍ଲୋ ଶିକ୍ଷାନୁଷ୍ଠାନ ପରିସରେ ଅନୁଷ୍ଠାନର ସଭାପତି ସୁଧିର କୁମାର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ରୂପେ ଅନସ୍ଲୋ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଚିତ୍ରା ପାଣିଗ୍ରାହୀ, ମୁଖ୍ୟବକ୍ତା ରୂପେ ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ରାମକୃଷ୍ଣ ପଣ୍ଡା, ସମ୍ମାନିତ ଅତିଥି ରୂପେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ର କୁମାର ଦାଶ ଯୋଗ ଦେଇ ବିବେକାନନ୍ଦଙ୍କ ଜୀବନୀ ଆଦର୍ଶ ଉପରେ ଆଲୋକପାତ କରିଥିଲେ । ଉକ୍ତ ଦିବସ ଉପଲକ୍ଷେ ବିଦ୍ୟାଳୟ ସ୍ତରୀୟ ବକ୍କ୍ତକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରିଯାଥିଲା । ଉକ୍ତ କାର୍ଯ୍ୟକ୍ରମରେ ସରକାରୀ ଶିକ୍ଷକ ସୁରେଶ କୁମାର ପଣ୍ଡା ଓ ବିଷ୍ଣୁ ନାରାୟଣ ପଣ୍ଡା ବିଚାରକ ରୂପେ ଯୋଗଦାନ କରିଥିବା ବେଳେ ଜୁପିଟର୍ ଶିକ୍ଷାନୁଷ୍ଠାନର ବରିଷ୍ଠ ଶିକ୍ଷକ ମାନସ ରଞ୍ଜନ ଦାଶ ଓ ଅମିତ କୁମାର୍ ଶତପଥୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଶତାଧିକ ଯୁବ ଛାତ୍ରଛାତ୍ରୀଙ୍କ ଦ୍ୱାରା ସହର ପରିକ୍ରମା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଉପଲକ୍ଷେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଇଥିଲା ।
Next Post