ବରଗଡ଼ରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ ବିଚାର ବିମର୍ଷ ଚାଲିଛି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ବରଗଡ଼ ଜିଲ୍ଲାର ବରଗଡ଼ ଠାରେ ୧୦୦ ସିଟ ବିଶିଷ୍ଟ ଏକ ମେଡ଼ିକାଲ କଲେଜ ପ୍ରତିଷ୍ଠା କରିବା ପାଇଁ ଗତ ଲୋକସଭା ଅଧିବେଶନରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡାଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିଲେ । ବରଗଡ଼ରେ ମେଡ଼ିକାଲ କଲେଜ ସ୍ଥାପନ ପାଇଁ କେନ୍ଦ୍ର ସରକାର ତର୍ଜମା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଜେ. ପି. ନଡ୍ଡା ସାଂସଦ ପ୍ରଦୀପ ପୁରୋହିତଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି ।

Leave A Reply

Your email address will not be published.