ବଲାଙ୍ଗିର ଜିଲ୍ଲା ପରିବହନ ବିଭାଗ ଦ୍ଵାରା ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ବଲାଙ୍ଗିର କଲେଜ ଠାରେ ସଡ଼କ ସୁରକ୍ଷା ସଚେତନତା
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ପରିବହନ ବିଭାଗ ଦ୍ଵାରା ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ବଲାଙ୍ଗିର କଲେଜ ଠାରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । କଲେଜର ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା । ଏହା ସଙ୍ଗେ ଏକ କୁଇଜ୍ ପ୍ରତିଯୋଗିତା କାର୍ଯ୍ୟକ୍ରମ ହୋଇଥିଲା ଏବଂ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିବହନ ବିଭାଗର ଜୁନିଅର ଏମ. ଭି. ଆଇ, ଟ୍ରାଫିକ ଇନ୍ସପେକ୍ଟର, କଲେଜର ଅଧ୍ୟକ୍ଷ, ଅଧ୍ୟାପକମାନେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସଡ଼କ ସୁରକ୍ଷା ବିଷୟରେ ସଚେତନ କରିଥିଲେ ।